ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟର ପ୍ଲାନ  ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଆଜି ରାଜ୍ୟର  ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା ମଙ୍ଗଳା, ଭୂଷୁଣ୍ଡପୁରର ମା ଉଗ୍ରତାରା ଓ ବାଣପୁରର ମା ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।  । 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜିର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ପୁରୀ ଜିଲ୍ଲା ର କାକଟପୁରରେ ବିରାଜିତ ମା ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମାଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁ ଯାତ୍ରା ମାଙ୍କ ପ୍ରସିଦ୍ଧ ପର୍ବ । 5T ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ ରେ ମନ୍ଦିରରେ khondalite ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ kiosk, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ । ଯାତ୍ରୀମାନଙ୍କ ସୁବିଧାପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, Landscaping ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଙ୍ଗ ସ୍ଥଳର ମଧ୍ୟ ବିକାଶ କରାଯିବ ।  ଓଡିଶା ସେତୁ ନିର୍ମାଣ ନିଗମ  ୧୨ ମାସ ମଧ୍ୟରେ ଏହାକୁ ସଂପୁର୍ଣ୍ଣ କରିବ ।

ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର  ଭକ୍ତ ମାଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି । ମାଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ । ନବମ ଶତାବ୍ଦୀରେ ନିର୍ମିତ ମାଙ୍କ ମନ୍ଦିର ର ବିକାଶ ପାଇଁ 5T ଉପକ୍ରମରେ  ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି ।  ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିର ର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି । ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ ।

ଖୋର୍ଦ୍ଧା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା ଉଗ୍ରତାରାଙ୍କ ପୀଠ । ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା ଉଗ୍ରତାରାଙ୍କ ପୀଠ ଭକ୍ତମାନଙ୍କ  ବିଶ୍ୱାସ ର  କେନ୍ଦ୍ର  ହୋଇ  ରହି  ଆସିଛି  । ଏହି  ପୀଠର ବିକାଶ  ପାଇଁ  ପ୍ରସ୍ତୁତ  ଯୋଜନାରେ  ମନ୍ଦିରର  ବିକାଶ  ସହ  arrival plaza, ଯାତ୍ରୀ ଙ୍କ  ସୁବିଧା, parking   landscaping, picnic spot, ଯାତ୍ରା  ପଡିଆ  ସହିତ  ପୋଖରୀ ର  ମଧ୍ୟ  ପୁନରୁଦ୍ଧାର  କରାଯିବ  । ଓଡିଶା ସେତୁ ନିର୍ମାଣ ନିଗମ ଦ୍ଵାରା  ୧୮ ମାସ  ମଧ୍ୟରେ  କାମ  ଶେଷ  କରାଯିବ  ।
ଏହି  ତିନି ଗୋଟି  ପୀଠର  ବିକାଶ  ଯୋଜନା  କୁ  ଅନୁମୋଦନ  କରିବା  ସହ ନିର୍ଦ୍ଧାରିତ  ସମୟରେ କାମ  ଶେଷ  କରିବାକୁ  ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ  ଦେଇଥିଲେ  ।

ଏହି  ଅବସରରେ  ମୁଖ୍ୟମନ୍ତ୍ରୀ  ସେବାୟତ  ମାନଙ୍କ ସହ  ମଧ୍ୟ  ଆଲୋଚନା କରି  ଯୋଜନା ସଂପର୍କରେ ସେମାନଙ୍କ ମତାମତ ନେଇଥିଲେ ।

 ସୂଚନାଯୋଗ୍ୟ  ଯେ  ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ  କ୍ରମେ  ମୁଖ୍ୟମନ୍ତ୍ରୀ ଙ୍କ  ସଚିବ (5T) ଶ୍ରୀ  ଭି.କେ. ପାଣ୍ଡିଆନ  ବିଭିନ୍ନ  ସମୟରେ  ଏହି  ପୀଠ ମାନଙ୍କୁ  ଯାଇ ସେବାୟତ   ଓ  ସ୍ଥାନୀୟ  ଲୋକଙ୍କ  ସହ ବିକାଶ ସଂପର୍କରେ  ଆଲୋଚନା  କରିଥିଲେ  ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ଓ ପୂର୍ତ୍ତ  ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ ଉପସ୍ଥାପନା ରଖିଥିଲେ । ତିନି ପୀଠର ସେବାୟତମାନେ  ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଥିଲେ । ସେବାୟତମାନେ  ସେମାନଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ।